ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମେ' ୨୭ ତାରିଖରେ କାଳବୈଶାଖୀ ପ୍ରଭାବ ସାମାନ୍ୟ ବଢ଼ିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି।