ବାଲେଶ୍ବର ଟ୍ରେନ୍ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

Jun 4, 2023 - 16:03
 8
ବାଲେଶ୍ବର ଟ୍ରେନ୍ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

ଭୁବନେଶ୍ୱର : ବାଲେଶ୍ବର ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମିଳିବ ସହାୟତା ରାଶି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସହାୟତା ଦିଆଯିବ । ମୃତକଙ୍କ ପରିବାରବର୍ଗଙ୍କ ପାଇଁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆଶୁ ଅରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।