ସୃଷ୍ଟି ହେଲା ଘୁର୍ଣ୍ଣିବଲୟ

Sep 29, 2023 - 05:13
 10
ସୃଷ୍ଟି ହେଲା ଘୁର୍ଣ୍ଣିବଲୟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଲୟ। ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରେ ଏହା ସାଦୃଶ୍ୟ ଲଘୁଚାପରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହା ପ୍ରଭାବରେ ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୩ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଅକ୍ଟୋବର ୧ ତାରିଖରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।