ଷୋଡଶ ଅର୍ଥ କମିଶନଙ୍କ ସହିତ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; ୨୦୨୬-୩୧ ପାଞ୍ଚ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୨,୫୯, ୧୪୮ କୋଟି ଟଙ୍କାର ଦାବି ଉପସ୍ଥାପିତ

Feb 6, 2025 - 21:54
 42
ଷୋଡଶ ଅର୍ଥ କମିଶନଙ୍କ ସହିତ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; ୨୦୨୬-୩୧ ପାଞ୍ଚ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୨,୫୯, ୧୪୮ କୋଟି ଟଙ୍କାର ଦାବି ଉପସ୍ଥାପିତ

304 New Articles 

You are here:  

ଓଡିଶା

ଷୋଡଶ ଅର୍ଥ କମିଶନଙ୍କ ସହିତ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା; ୨୦୨୬-୩୧ ପାଞ୍ଚ ବର୍ଷ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୨,୫୯, ୧୪୮ କୋଟି ଟଙ୍କାର ଦାବି ଉପସ୍ଥାପିତ

Odia Ray Admin 06 February 2025

ଓଡିଶା

Previous Article

ସମବାୟ ବ୍ୟାଙ୍କରେ ଲାଗୁ ହେବ ଓଟିଏସ୍ ବ୍ୟବସ୍ଥା

Next Article

ଜନଶୁଣାଣିର ଅଭିଯୋଗ ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚିଠି

ଭୁବନେଶ୍ୱର: ୨୦୨୬-୩୧, ଏହି ପାଞ୍ଚବର୍ଷ ପାଇଁ ରାଜ୍ୟ ସରକାର ଓଡିଶା ପାଇଁ ୧୨,୫୯,୧୪୮ କୋଟି ଟଙ୍କାର ଦାବି ଉପସ୍ଥାପନ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ 16ଶ ଅର୍ଥ କମିଶନଙ୍କ ସହିତ ଆଲୋଚନା ପରେ ଗଣମାଧ୍ୟମ ଆଗରେ ବିବୃତ୍ତିରଖି ଏହା କହିଛନ୍ତି । ରାଜ୍ୟ ସରକାରଙ୍କ ଦାବିର ସାରାଂଶ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ହସ୍ତାନ୍ତର ପୂର୍ବରୁ ରାଜସ୍ୱ ନିଅଣ୍ଟ ( Pre Devolution Revenue Deficit) ଭରଣା ପାଇଁ ୯,୮୮,୪୨୨ କୋଟି ଟଙ୍କା, ରାଜ୍ୟର ନିର୍ଦ୍ଦିଷ୍ଟ ଆବଶ୍ୟକତା (State Specific Needs) ପୂରଣ ପାଇଁ ୧,୧୦,୪୩୪ କୋଟି ଟଙ୍କା, ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକାଲ ବଡି ମାନଙ୍କ ପାଇଁ ଅନୁଦାନ ବାବଦରେ ୧, ୦୦,୦୩୬ କୋଟି ଟଙ୍କା, ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି ପାଇଁ ୩୧,୦୦୪ କୋଟି ଟଙ୍କା ଏବଂ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ପାଇଁ ୨୯,୨୫୨ କୋଟି ଟଙ୍କା ଦାବି ରଖା ଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କମିଶନଙ୍କ ସହିତ ରାଜ୍ୟର ବିଭିନ୍ନ ଆର୍ଥିକ ଦିଗ ଉପରେ ଆମେ ଗଠନମୂଳକ ଆଲୋଚନା କରିଛୁ। ରାଜ୍ୟର ବିକାଶମୂଳକ ଆବଶ୍ୟକତା, ଆର୍ଥିକ କ୍ଷମତା ଏବଂ ପ୍ରସ୍ତାବିତ ଆର୍ଥିକ ହସ୍ତାନ୍ତର ବ୍ୟବସ୍ଥାକୁ ଭିତ୍ତିକରି କମିଶନଙ୍କ ସମ୍ମୁଖରେ ଦାବି ଉପସ୍ଥାପନ କରାଯାଇଛି। ଆମେ ରାଜ୍ୟର ସମସ୍ତ ଆର୍ଥିକ ଦିଗ ଏବଂ ଆବଶ୍ୟକତାକୁ ଭିତ୍ତି କରି ଏକ ସ୍ମାରକପତ୍ର ଆକାରରେ କମିଶନଙ୍କ ସମ୍ମୁଖରେ ଲିଖିତ ଉପସ୍ଥାପନା ମଧ୍ୟ କରିଛୁ ବୋଲି ସେ କହିଥିଲେ । କମିଶନ ଆମର ଉପସ୍ଥାପନକୁ ଅନୁକୂଳ ଭାବରେ ବିଚାର କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ । କମିଶନଙ୍କ ନିକଟରେ ରାଜ୍ୟର ପ୍ରମୁଖ ଦାବି ଗୁଡିକର ଆଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ,- ବର୍ତ୍ତମାନ, କେନ୍ଦ୍ର ସରକାରଙ୍କ ଟିକସ ଆୟର ୪୧% ରାଜ୍ୟ ମାନଙ୍କୁ ବଣ୍ଟନ କରାଯାଉଛି । ଏହା ୪୧% ରୁ ୫୦%କୁ ବୃଦ୍ଧି କରିବା ପାଇଁ ଆମେ ଦାବି କରିଛୁ । କେନ୍ଦ୍ର ସରକାରଙ୍କ ଟିକସ ଆୟର ଯେଉଁ ଅଂଶ ରାଜ୍ୟ ମାନଙ୍କୁ ବଣ୍ଟନ କରାଯାଏ, ତାହା ରାଜ୍ୟମାନଙ୍କ ମଧ୍ୟରେ ଏକ ନିର୍ଦ୍ଧାରିତ ସୂତ୍ର ଆଧାରରେ ବଣ୍ଟାଯାଏ, ଯେଉଁଥିରୁ ଓଡ଼ିଶା ୪.୫୨୮% ଭାଗ ପାଇଥାଏ। ଓଡିଶାର ଭାଗକୁ ୪.୯୬୪%କୁ ବୃଦ୍ଧି କରିବା ପାଇଁ ଆମେ ଦାବି ରଖିଛୁ। ଷୋଡ଼ଶ ଅର୍ଥ କମିଶନ, ୨୦୨୬-୩୧ ଅବଧି ପାଇଁ, କେନ୍ଦ୍ର ଦ୍ଵାରା ଆକଳନ କରାଯାଇଥିବା ମୋଟ୍ ରାଜସ୍ୱ ପ୍ରାପ୍ତି ବା Gross Revenue Receipt ର ୨ ପ୍ରତିଶତ ଗ୍ରାମୀଣ ଏବଂ ସହରାଞ୍ଚଳ ସ୍ଥାନୀୟ ନିକାୟ ସଂସ୍ଥା ପାଇଁ (Rural and Urban Local Bodies) ଅନୁଦାନ ଦେବା ପାଇଁ ପ୍ରସ୍ତାବ ଦିଆଯାଇଛି । ଏହାଦ୍ୱାରା ଓଡ଼ିଶା ଗ୍ରାମୀଣ ଓ ସହରୀ ସ୍ଥାନୀୟ ନିକାୟ ସଂସ୍ଥାମାନେ କେନ୍ଦ୍ର ସରକାର ଠାରୁ ଅଧିକ ଆର୍ଥିକ ଅନୁଦାନ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF) ପାଇଁ ଦିଆଯାଉଥିବା ବାର୍ଷିକ ଅନୁଦାନର ୭୫% କେନ୍ଦ୍ର ସରକାର ବହନ କରେ ଓ ଅବଶିଷ୍ଟ ୨୫% ରାଜ୍ୟ ସରକାର ବହନ କରିଥାଏ । ଏହାକୁ କେନ୍ଦ୍ର ସରକାର ୧୦୦% ବହନ କରୁ ବୋଲି ଆମେ ଦାବୀ କରିଛୁ ବୋଲି ସେ କହିଥିଲେ । ଏତଦ୍ ବ୍ୟତୀତ ସ୍ୱାସ୍ଥ୍ୟ, ଜଳ ଯୋଗାଣ ଓ ପରିମଳ ଏବଂ ବାର୍ଦ୍ଧକ୍ୟ ସୁରକ୍ଷା ଇତ୍ୟାଦି ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟ ନିମନ୍ତେ ଅନୁଦାନ ସୁପାରିଶ ପାଇଁ କମିଶନଙ୍କୁ ପ୍ରସ୍ତାବ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସୂଚନାଯୋଗ୍ୟ ଯେ, ଡ. ଅରବିନ୍ଦ ପାନାଗରିଆଙ୍କ ଅଧ୍ୟକ୍ଷତାରେ ଷୋଡ଼ଶ ଅର୍ଥ କମିଶନ ଫେବୃଆରୀ ୪ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ଥାନୀୟ ଆଇ.ଟି.ସି ହୋଟେଲ୍‍ ଠାରେ ଅର୍ଥ କମିଶନ ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟ ମାନଙ୍କ ସହିତ ଓଡିଶାର ଲକ୍ଷ୍ୟ, ଆବଶ୍ୟକତା ଓ ଅନ୍ୟାନ୍ୟ ବିଷୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜ୍ୟ ଅର୍ଥ ସଚିବ ଶ୍ରୀ ଶାସ୍ୱତ ମିଶ୍ର ଓ ଅର୍ଥ ବିଭାଗର ଅଧିକାରୀ ଗଣଙ୍କ ସହିତ ଏବଂ ରାଜ୍ୟର ବିଭିନ୍ନ ବିଭାଗର ଶାସନ ମୁଖ୍ୟମାନେ ମଧ୍ୟ ଏହି ବୈଠକରେ ଯୋଗଦେଇଥିଲେ ।