ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ପ୍ରଦାନ
ଭୁବନେଶ୍ୱର: ଆଜି ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା ପ୍ରଦାନ କରାଯାଇଛି। ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଗଲା ଟଙ୍କା। ୭ ମାସରେ ୯୮ ଲକ୍ଷ ମହିଳା ହିତାଧିକାରୀ ଉପକୃତ ହେବେ। ଯାଜପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତି ଟଙ୍କା ମିଳିବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।