ହୋଲିରେ ଅଘଟଣ; ହାତୀ ନଦୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ

ଭବାନୀପାଟଣା: କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ି(୨୨) ଓ ସେ ସହରର ବ୍ରାହ୍ମଣ ପଡାର ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ,ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ କିଛି ସାଙ୍ଗଙ୍କ ସହ ହାତୀ ନଦୀ କୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ଗଭୀର ଥିବା ସ୍ଥାନକୁ ଚାଲିଯାଇଥିଲେ। ସେଠାରୁ ବାହାରକୁ ବାହାରି ନ ପାରି ବୁଡି ଯାଇଥିଲେ। ଖବର ପାଇ ଘଟଣା ସ୍ଥଳକୁ ଅଗ୍ନିଶମ ବାହିନୀ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଥିଲେ। ଏ ନେଇଁ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା ନଂ(୫/୨୫) ରୁଜୁ ହୋଇଛି। କଳାହାଣ୍ଡି ଜିଲ୍ଲାରୁ କବିରାଜ ଦୁର୍ଗାଙ୍କ ରିପୋର୍ଟ ।