ଓଡ଼ିଶାର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡ଼ି କେନ୍ଦ୍ର ନିୟମିତ ଅଙ୍ଗନବାଡ଼ି କେନ୍ଦ୍ରକୁ ଉନ୍ନତି

Oct 16, 2023 - 18:13
 7
ଓଡ଼ିଶାର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡ଼ି କେନ୍ଦ୍ର ନିୟମିତ ଅଙ୍ଗନବାଡ଼ି କେନ୍ଦ୍ରକୁ ଉନ୍ନତି

ଭୁବନେଶ୍ୱର: ଓଡ଼ିଶାର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡ଼ି କେନ୍ଦ୍ର ନିୟମିତ ଅଙ୍ଗନବାଡ଼ି କେନ୍ଦ୍ରକୁ ଉନ୍ନତି କରିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି କହିଛନ୍ତ ମୁଖ୍ୟମନ୍ତ୍ରୀ। ଏହି ୭୫୭୯ଟି ମିନି ଅଙ୍ଗନବାଡ଼ି କେନ୍ଦ୍ରର ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା। ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି।