ଜୁନ୍ ୨୫ରୁ ଓଡ଼ିଶାରେ ପ୍ରବଳ ବର୍ଷା
ଭୁବନେଶ୍ୱର: ଆସନ୍ତା ୨୫ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମୌସୁମୀ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଓ ଆସନ୍ତାକାଲି ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ବର୍ଷା ହେବ। ଉପକୂଳ ଓ ଅଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୫ରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ନିର୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।