୨ ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
ମୁନିଗୁଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ୍ କୋର୍ଟ ଛକରେ ୨ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି ସ୍ଥାନୀୟ ଲୋକେ।