ଆରପାରିରେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି କ୍ୟାନ୍ସରରେ ପୀଡ଼ିତ ଥିଲେ ସ୍ଵରୂପ। କଟକର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ପ୍ରାୟ ୪୧ଟି ଓଡ଼ିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଓ ୬ଟି ଫିଲ୍ମରେ ଅଭିନୟ କରିଥିଲେ ସ୍ୱରୂପ।