ମାଲକାନଗିରି ରାସ୍ତା ଦୁର୍ଘଟଣାରେ ୫ ଶ୍ରମିକଙ୍କ ମୃତ୍ୟୁ; ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର: ଆଜି ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ୮ ଜଣଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି।