କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୁରୀ ଶ୍ରୀମନ୍ଦିରରେ ବ୍ୟାପକ ବ୍ୟବସ୍ଥା

Nov 26, 2023 - 16:02
 9

ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପୁରୀ ଶ୍ରୀମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ବରେ ରହିବେ ୫୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ। ବାହାର କାଠରେ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ୍ ମୁତୟନ ହେବେ। ମାର୍କେଟ ଛକରୁ କୌଣସି ଗାଡ଼ିକୁ ଭିତରକୁ ଛଡ଼ାଯିବ ନାହିଁ। ଭୁବନେଶ୍ୱର, କୋଣାର୍କ ଓ ବ୍ରହ୍ମଗିରି ରାସ୍ତାରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରାଯାଇଛି। ବେଳାଭୂମିରେ ପୋଲିସ୍ ସହ ଅଧିକ ଲାଇଫ୍ ଗାର୍ଡ ମୁତୟନ ହେବେ।