ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

Mar 22, 2024 - 14:09
 7
ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ

ଭୁବନେଶ୍ୱର: ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି।

 

ମନ୍ତ୍ରୀ କହିଛନ୍ତି ଯେ, "ଡାକ୍ତର ଦାମୋଦର ରାଉତଙ୍କ ବିୟୋଗ ଖବର ପାଇ ମୁଁ ମର୍ମାହତ । ଡାକ୍ତର ରାଉତ ଜଣେ ଦୃଢ ମାନସିକ ବ୍ୟକ୍ତି ,ଓଡିଶା ରାଜନୀତିର ଜଣେ ମହାଦ୍ରୁମ , ୭ଥର ବିଧାନସଭାକୁ ନିର୍ବାଚିତ ହେବା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ପଚାଂୟତିରାଜ , ସମବାୟ , କୃଷି ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ହୋଇ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ସେ ଜଣେ ବିଜୁ ଅନୁଗାମୀ ଓ ବିଜୁ ଚିନ୍ତାଧାରାର ଦୃଢ ସମର୍ଥକ ଥିଲେ । ତାଙ୍କର ବିୟୋଗ ରାଜ୍ୟ ଓ ରାଜନୀତି ପୀଇଁ ଏକ ଅପୁରଣୀୟ କ୍ଷତି । ମୁଁ ତାଙ୍କର ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦ୍ଗତି ପାଇଁ ଇଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛି । ଓମ୍ ଶାନ୍ତି"। ଭୁବନେଶ୍ୱର ୟୁନିଟ୍ ୬ ବାସଭବନରେ ଦାମୋଦର ରାଉତଙ୍କ ମରଶରୀର ଶେଷ ଦର୍ଶନ ପାଇଁ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଭିଡ଼ ଦେଖିବାକୁ ମିଳିଛି। ହୃଦ୍ଘଘାତ ଯୋଗୁଁ ରାଉତଙ୍କ ମୃତ୍ୟ ହୋଇଛି। ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।