ହୋଲିରେ ଅପମିଶ୍ରିତ ରଙ୍ଗ ଖେଳି ୨୦ ଅସୁସ୍ଥ

Mar 28, 2024 - 16:34
 13

ଭୁବନେଶ୍ୱର: ହୋଲିରେ କେମିକାଲ ମିଶ୍ରିତ ରଙ୍ଗ ଖେଳି ୨୦ ଜଣ ଗୁରୁତର ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସମସ୍ତ ଅସୁସ୍ଥଙ୍କୁ ବଲାଙ୍ଗୀର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି l ଗତ ୨୬ ତାରିଖରେ କଣ୍ଟାବାଞ୍ଜି ସହରର ଅଶୋକନଗର ଓ ଆନନ୍ଦ ନଗରର ୨୦ ଜଣ ଯୁବକଙ୍କୁ କିଛି ଲୋକ କେମିକାଲ ମିଶ୍ରିତ ରଙ୍ଗ ଲଗାଇ ଥିଲେ l ଏହାର ପ୍ରଭାବ ଗତକାଲି ସଂଧ୍ୟାରେ ଦେଖିବାକୁ ମିଳିଥିଲା । ଶରୀରରେ କ୍ଷତ ଦାଗ ସୃଷ୍ଟି ହେବା ପରେ ରାତିରେ ସମସ୍ତଙ୍କୁ କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଅବସ୍ଥା ଗୁରୁତର ହେବାରୁ ସମସ୍ତଙ୍କୁ ଭୀମଭୋଇ ମେଡ଼ିକାଲ ହସ୍ପିଟାଲରେକୁ ସ୍ଥାନାନ୍ତର କରାଯାଇଛି l