ସ୍କୁଲ୍ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

May 1, 2024 - 23:54
 4

ବାଲେଶ୍ୱର: ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଛନୁଆ ଗାଁରେ ଏକ ସ୍କୁଲ୍ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଗତସିଂପୁର ଜିଲ୍ଲାର ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସ୍ କୁ ଖବର ଦେଇଥିଲେ। ପୋଲିସ୍ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି।