ଜଳିଗଲା ୨୦ ଉଠା ଦୋକାନ
ଟିଟିଲାଗଡ଼: ବଲାଙ୍ଗୀର ଜିଲ୍ଲା ଥାନା ଛକ ସମ୍ମୁଖରେ ଥିବା ଓଭରବ୍ରିଜ୍ ତଳେ ଥିବା ୨୦ଟି ଉଠା ଦୋକାନ ଜଳିଯାଇଛି। ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି। ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳି ପୋଡ଼ି ନଷ୍ଟ ହୋଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି।