ଗ୍ରୀଷ୍ମପ୍ରବାହ ପାଇଁ ଓଡ଼ିଶାର ୯ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ

May 31, 2024 - 18:50
 8

ଭୁବନେଶ୍ୱର: ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ପାଇଁ ଓଡ଼ିଶାର ୯ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ଵତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ। ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।। ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ମାଲକାନଗିରି, ସୁନ୍ଦରଗଡ଼, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି।