ଶ୍ରୀମନ୍ଦିରରେ ବନକଲାଗି ନୀତି ପାଇଁ ସନ୍ଧ୍ୟା ୭ଟାରୁ ରାତି ସାଢ଼େ ୧୦ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ବିଶେଷ ନୀତି ପାଇଁ ଭକ୍ତମନେ ସନ୍ଧ୍ୟା ୭ଟାରୁ ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ। ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ କରାଯିବ।