ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ୩ ରଥ
ପୁରୀ: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ଶ୍ରୀବିଗ୍ରହଙ୍କ ୩ ରଥ। ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତାଳଧ୍ବଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ। ଗତକାଲି ଅଧାବାଟରେ ଅଟକିଥିଲା ତିନି ରଥ। ଆଜି ସକାଳୁ ପୁଣି ଆରମ୍ଭ ହୋଇଥିଲା ରଥଟଣା।