ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା, ଆଇନ ମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Jul 13, 2024 - 23:15
 10

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତା କାଲି ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।