ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ
ଭୁବନେଶ୍ୱର: ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ। ନାଁ ବଦଳି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ ହେଲା। ଏଣିକି ‘ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ’ ନାଁରେ ମିଳିବ ପୁରସ୍କାର। ପ୍ରତିବର୍ଷ ସଫଳ କ୍ରୀଡ଼ାବିତଙ୍କୁ ମିଳେ ଏହି ପୁରସ୍କାର। କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।