ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

Sep 6, 2024 - 22:28
 10

କଟକ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। କଟକ ଜିଲ୍ଲା ତ୍ରିଶୁଳିଆର ଏକ ଆପାର୍ଟମେଣ୍ଟରେ ଏହି ଘଟଣା ଘଟିଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଲୁଥିବା ବେଳେ ଏହି ଅଘଟଣ ଘଟିଛି। ଆପାର୍ଟମେଣ୍ଟରେ ପାଇଖାନା ଟାଙ୍କିରେ ୩ ଜଣ ଶ୍ରମିକ ସେଣ୍ଟ୍ରିଂ ଖୋଲୁଥିଲେ। ଏହି ସମୟରେ ସେମାନେ ସେଠାରେ ଶ୍ୱାସରୁଦ୍ଧ ହୋଇଯାଇଥିଲେ। ପରେ ସେମାନଙ୍କ ଚିତ୍କାର ଶୁଣି ସେଠାରେ ଉପସ୍ଥିତ ଥିବା ଲୋକମାନେ ବାରଙ୍ଗ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ବାରଙ୍ଗ ଅଗ୍ନିଶମ ବାହିନୀ ପହଞ୍ଚି ୩ ଜଣ ଶ୍ରମିକଙ୍କୁ ଉଦ୍ଧାର କରିଥିଲେ। ଘଟଣାସ୍ଥରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିଲା।