ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ; ଓଡ଼ିଶାର ୨୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ଵର: କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି। ସୋମବାର ସୁଦ୍ଧା ଅବପାତର ରୂପ ନେବ ଲଘୁଚାପ। ପ୍ରଭାବରେ ଆଜିଠୁ ୪ ଦିନ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ଘଡ଼ଘଡ଼ି ସହ ବର୍ଷା ନେଇ ୨୨ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନଗିରି। ସେପ୍ଟେମ୍ବର ୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି। ଆସନ୍ତା ୯ ତାରିଖରେ ପ୍ରବଳ ବର୍ଷା ସହ ପବନର ବେଗ ଅଧିକ ରହିବ। ତେଣୁ ୮,୯ ଓ ୧୦ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା।