ମଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟରରେ ଦେଖାଦେଲା ଯାନ୍ତ୍ରିକ ତ୍ରୁଟି। ତେଣୁ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ସେ କାରକେଟ୍ରେ ସଡ଼କ ପଥରେ କେନ୍ଦୁଝରରୁ ଭୁବନେଶ୍ୱର ଫେରିଥିବା ସୂଚନା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନି ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଥିଲେ। ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଜି ମୁଖ୍ୟମନ୍ତ୍ରୀଙ୍କର ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବାରେ ଥିଲା। ତେଣୁ ନିର୍ଦ୍ଧାରିତ ସମୟରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦୁଝର ସାଂସଦ ଅନନ୍ତ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଓ ତେଲକୋଇ ବିଧାୟକ ଡକ୍ଟର ଫକୀର ମୋହନ ନାଏକ ରାଇସୁଆଁ ଏୟାର ଷ୍ଟ୍ରିପ୍ରେ ପହଞ୍ଚିଥିଲେ। ତେବେ ପ୍ରବଳ ବର୍ଷା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଟେକ୍ଅପ୍ କରିପାରିନଥିଲା।