କାନୁନ ର ଅନ୍ଧପଣ ହଟିଲା

ବର୍ତମାନ ର ସବୁଠାରୁ ବଡ଼ ଖବର...

Oct 17, 2024 - 21:10
 45
କାନୁନ ର ଅନ୍ଧପଣ ହଟିଲା

ଭୁବନେଶ୍ୱର -17-10
କାନୁନ୍ ଆଉ ଅନ୍ଧ ନୁହେଁ
ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ କାନୁନ୍। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି , ହାତରେ ଖଡ୍ଗ ବଦଳରେ ଧରିଲେ ସମ୍ବିଧାନ। ପଦାକୁ ଆସିଲା ଭାରତୀୟ ନ୍ୟାୟଦେବୀଙ୍କର ନୂଆ ରୂପ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ପ୍ରଧାନ ବିଚାରପତିଙ୍କ ବିଚାରରେ , ଖଡ୍ଗ ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ। ବରଂ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ଏହା ନ୍ୟାୟ ପ୍ରଦାନ କରିଥାନ୍ତି। ସେହିପରି ନ୍ୟାୟଦେବୀଙ୍କ ଆଖିରେ ବନ୍ଧା ଯାଉଥିବା କଳା କପଡ଼ାଟିକୁ କାଢ଼ି ଦିଆଯାଇଛି। କିନ୍ତୁ ହାତରେ ଧରିଥିବା ନ୍ୟାୟ ତରାଜୁ ପୂର୍ବପରି ରହିଛି। ସୂଚନାଯୋଗ୍ୟ ଯେ , କିଛିଦିନ ତଳେ ଇଂରେଜ ଅମଳର ନ୍ୟାୟ ବ୍ୟବସ୍ଥାକୁ ବଦଳାଇ ଦିଆଯାଇଥିଲା। ଏବେ ନ୍ୟାୟଦେବୀଙ୍କ ସ୍ୱରୂପରେ ପରିବର୍ତ୍ତନ ଅଣାଯାଇଛି....