ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକଙ୍କୁ ସେବାପୂଜାରୁ ନିଲମ୍ବନ

Oct 19, 2024 - 20:23
 103

ପୁରୀ: ପୁରୀ ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବନ କରାଯାଇଛି। ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେବାପୂଜାରୁ ନିଲମ୍ବନ ସହ ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ପ୍ରବେଶ ନିଷିଦ୍ଧ କରାଯାଇଛି।