ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Oct 21, 2024 - 20:12
 53

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ନେଲା ଲଘୁଚାପ ରୂପ। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପ୍ରଭାବରେ ଅକ୍ଟୋବର ୨୨ ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇପାରେ। ଆସନ୍ତା ୨୩ ରେ ବାତ୍ୟା ରୂପ ନେଇ ୨୪ ରେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବର୍ଷା ଓ ପବନ ଯୋଗୁଁ ଭୂସ୍ଖଳନ ଓ କଚା ଘର ପ୍ରଭାବିତ ହେବା ଆଶଙ୍କା କରାଯାଉଛି।