ବାଣଫୁଟା ନେଇ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି

Oct 29, 2024 - 23:54
 5

ଭୁବନେଶ୍ୱର: ଓଡ଼ିଶାରେ ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ଗାଇଡଲାଇନ୍ ଅନୁସାରେ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା। ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟର ୧୦୦ ମିଟରରେ ବାଣ ମନା। ଧାର୍ମିକ ଅନୁଷ୍ଠାନର ଶହେ ମିଟର ପରିଧି ମଧ୍ୟରେ ବି ଫୁଟାଯିବନି। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ମିଳିଛି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବା ମନା। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା।