୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ

Nov 6, 2024 - 23:26
 5

ଭୁବନେଶ୍ୱର: ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ରେଳ କାମ। ଭୂମି ଠାରୁ ୧୩ ମିଟର ଉଚ୍ଚରେ ଯିବ ମେଟ୍ରୋ ଟ୍ରେନ୍‌। ରାଜମହଲ, ଜୟଦେବବିହାର ଓ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ପ୍ରତି ୧୦ ମିନିଟ ବ୍ୟବଧାନରେ ଚାଲିବ ମେଟ୍ରୋ ଟ୍ରେନ୍‌। ୩ କୋଚ୍‌ ବିଶିଷ୍ଟ ୧୩ଟି ମେଟ୍ରୋ ଟ୍ରେନ୍‌ କିଣିବାକୁ ଯୋଜନା ରହିଛି। ଏବେ ମେଟ୍ରୋ ପ୍ରକଳ୍ପ ପାଇଁ ଚାଲିଛି ମାଟି ପରୀକ୍ଷା। ୫୦/୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା ହେଉଛି। ମାଟି ପରୀକ୍ଷା ସରିବା ପରେ ଆରମ୍ଭ ହେବ ଫାଉଣ୍ଡେସନ କାମ।