ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ । ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ପଇତା ଲାଗି ନୀତି। ମହାପ୍ରଭୁଙ୍କୁ ପଇତାଲାଗି କରିବେ ଦଇତାପତି ସେବକ।