ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Dec 16, 2024 - 22:43
 4
ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଓଡ଼ିଶାରେ ସ୍ଥଗିତ ରହିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଆସନ୍ତା ୨୫ ତାରିଖରେ ମିଳିଥାନ୍ତା ଟଙ୍କା । ହେଲେ ସବିଶେଷ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇ ନଥିବାରୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି। ଉପମୂଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାର ଶେଷ ସୁଯୋଗ ଦେଇଛନ୍ତି । ଇ କେୱାଇସି ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା ଯାଞ୍ଚ ପ୍ରକ୍ରିୟା ଶେଷ କରନ୍ତୁ । ଏ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ।