କନ୍ଧମାଳରେ ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ତହସିଲ କୁଟିକିଆ ଅଞ୍ଚଳରେ ୧୨ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ପୋଲିସ୍ ଓ ଅବକାରୀ ବିଭାଗ କର୍ମଚାରୀ ମିଳିତ ଚଢ଼ାଉ କରି ବେଆଇନ୍ ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି। ସୂଚନା ଅନୁଯାୟୀ, ୧୨୦ ଏକର ଜମିରେ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି।