ଜାନୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର: ଜାନୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍ଯାପନୀ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ଏହି ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଆସିବା ନେଇ ମଧ୍ୟ କାର୍ଯ୍ୟସୂଚୀ ରହିଛି। ୧୪୦ଟି ଦେଶରୁ ୫ ହଜାରରୁ ଊର୍ଦ୍ଧ୍ବ ପ୍ରବାସୀ ଭାରତୀୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି।