୭ ଜିଲ୍ଲାକୁ ନେଇ ଗଠନ ହେବ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ
ଭୁବନେଶ୍ୱର: ଓଡ଼ିଶାର ୭ ଜିଲ୍ଲାକୁ ନେଇ ଗଠନ ହେବ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ। ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ ନବରଙ୍ଗପୁର। ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ପ୍ରଥମ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଟାସ୍କଫୋର୍ସର ପ୍ରଥମ ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି। ଏକ ଷ୍ଟାଚ୍ୟୁଟାରୀ କମିଟି ଗଠନ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ନେଇ ପ୍ରାରମ୍ଭିକ ରୂପରେଖ ପ୍ରସ୍ତୁତ ହୋଇଛି। ଏହି ସୂଚନା ଦେଇଛନ୍ତି ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଟାସ୍କଫୋର୍ସ ଅଧ୍ୟକ୍ଷ ନିତ୍ୟାନନ୍ଦ ଗଣ୍ଡ।