ଏଚଏମପିଭି ଭୁତାଣୁନେଇ ଭୟଭୀତ ହୁଅନ୍ତୁ ନାହିଁ: ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର: ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme - National Centre for Disease Cantrol) (IDSP - NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଜାରି କରାଯାଇଥିବା ପ୍ରେସ ବାର୍ତ୍ତା ଜନସାଧାରଣଙ୍କ ଅବଗତି ଏବଂ ବ୍ୟାପକ ସଚେତନତା ନିମନ୍ତେ ସଂଲଗ୍ନ କରାଗଲା। ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ରୋଗର ଚିହ୍ନଟ ଓ ନିରାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଅଛି । ଏହି ରୋଗକୁ ନେଇ ଜନସାଧାରଣ ଭୟଭୀତ ବା ଆତଙ୍କିତ ହେବାର କୌଣସି କାରଣ ନାହିଁ। ସଚେତନ ରୁହନ୍ତୁ-ସୁରକ୍ଷିତ ରୁହନ୍ତୁ ।