ଫେବୃୟାରୀ ୧୯ ରୁ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଫେବୃୟାରୀ ୧୯ ତାରିଖରୁ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ।