ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

Apr 1, 2025 - 19:41
 49
ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି କହିଛନ୍ତି ଯେ, ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ଓଡ଼ିଶାବାସୀଙ୍କ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ। ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି। ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି। ଓଡ଼ିଆ ପକ୍ଷ ପାଳନ ପାଇଁ ଆହ୍ଵାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏପ୍ରିଲ ୧ରୁ ୧୪ ଯାଏଁ ପାଳନ କରିବାକୁ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ। ‘ଓଡ଼ିଶା ଦିବସ’ରୁ ‘ଓଡ଼ିଆ ନବବର୍ଷ’ ଯାଏ ପାଳନ ପାଇଁ ସେ ଆହ୍ବାନ କରିଛନ୍ତି। ଏହି ସମୟରେ ମହାପୁରୁଷଙ୍କ ବଳିଦାନକୁ ସ୍ମରଣ କରିବା ବୋଲି ପ୍ରକାଶ କରିଛନ୍ତି ମୂଖ୍ୟମନ୍ତ୍ରୀ ମୋହନ ମାଝୀ।