ଓଡ଼ିଶା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

Apr 11, 2025 - 22:49
 99

ଭୁବନେଶ୍ୱର: ଓଡ଼ିଶା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।