ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ହେବାକୁ ଥିବା ବୋଇତବନ୍ଦାଣ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି। ପାରାଦୀପରେ ଆୟୋଜିତ ହେବ ଏହି କାର୍ଯ୍ୟକ୍ରମ। ଏହା ବ୍ୟତୀତ ଏକ ମଲ୍ଟି ମଡେଲ ଲଜିଷ୍ଟିକ୍ ପାର୍କର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।