ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଙ୍କ ପୁରୀ ଗସ୍ତ

ଭୁବନେଶ୍ଵର: ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ। ଭକ୍ତ ମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ। ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ। ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀ ମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା। ମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ। ସୁନ୍ଦର୍ ସବୁଜ ପରିବେଶ, khandalites ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତ ମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି।