କ୍ୟାବିନେଟ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି
ଭୁବନେଶ୍ୱର ତା.22.02.2024
ଆଜି ତା.29.02.2024 ରିଖରେ ରାଜ୍ୟ କ୍ୟାବିନେଟର 75 ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ କ୍ୟାବିନେଟ ବୈଠକରେ ପାରିତ ହୋଇଥିବା ବିଭିନ୍ନ ପ୍ରସ୍ତାବର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ଥିଲେ l
ଆଜିର କ୍ୟାବିନେଟ ବୈଠକରେ ସ୍ୱାସ୍ଥ୍ୟ ବିଭାଗର 6 ଟି, ଜଳସମ୍ପଦ ବିଭାଗର 1ଟି ଓ ମହିଳା ଏବଂ ଶିଶୁ ବିକାଶ ବିଭାଗ ର 1 ଟି ପ୍ରସ୍ତାବ
ଆଗତ କରାଯାଇଥିଲା ବେଳେ ସମସ୍ତ ପ୍ରସ୍ତାବ ପାରିତ ହୋଇଛି l
ପଠାଣି ରାଉତ
ମୁଖ୍ୟ ଶାସନ ସଚିବଙ୍କ ଲୋକ ସମ୍ପର୍କ ଅଧିକାରୀ