ଦାମୋଦର ରାଉତଙ୍କ ସ୍ବାସ୍ଥ୍ୟ ଅବସ୍ଥା ସଂକଟାପନ୍ନ
ଭୁବନେଶ୍ୱର: ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ହୋଇଛି। ବ୍ରେନ ଡେଡ୍ ହୋଇଥିବା ନେଇ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ ଗତ ୧୮ ତାରିଖରେ ଦାମୋଦର ରାଉତଙ୍କର ହୃଦଘାତ ହୋଇଥିଲା । ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା । ନେବା ବାଟରେ ତାଙ୍କର ପୁଣି ଥରେ ହୃଦଘାତ ହୋଇଥିଲା । ତେବେ ସେଠାରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ CPR ଦେଇନଥିବା ସମ୍ବିତ ରାଉତରାୟ ଅଭିଯୋଗ କରିଛନ୍ତି । କ୍ୟାପିଟାଲ ହସ୍ପିଟାଲ ପାଇଁ ଏଭଳି ଅବସ୍ଥା ହେଲା ବୋଲି ଅଭିଯୋଗ କରିଛନ୍ତି ସମ୍ବିତ । ସିପିଆର ନଦେବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ହୋଇଥିବା ସେ କହିଛନ୍ତି ।