ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Apr 1, 2024 - 23:34
Apr 1, 2024 - 23:36
 40
ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ। ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶା ର ଘରେ ଘରେ ସେ ସୁପରିଚିତ ଥିଲେ। ତାଙ୍କ ଭଜନ ଥିଲା ଭକ୍ତି ଓ ସମର୍ପଣ ର ସଂଗୀତମୟ ନିବେଦନ। ତାଙ୍କ ସ୍ୱର ପରିବେଶ କୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରିପାରୁଥିଲା। ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।