ବାକି ଥିବା ୩ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି

May 2, 2024 - 21:44
 26

ଭୁବନେଶ୍ୱର: ବାକି ଥିବା ୩ ବିଧାନସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି। ଏହା ଦଳର ଶେଷ ତାଲିକା। କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ- ସଂଧ୍ୟାରାଣୀ ଦାସ, ଖଣ୍ଡପଡ଼ା- ସାବିତ୍ରୀ ପ୍ରଧାନ ଓ ନୀଳଗିରିରୁ ପ୍ରାର୍ଥୀ ହେଲେ ସୁକାନ୍ତ କୁମାର ନାୟକ। ତେବେ ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି। ରୋମାଞ୍ଚ ରଂଜନ ବିଶ୍ବାଳଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଂଜନ ହେଲେ ପ୍ରାର୍ଥୀ।