ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

May 5, 2024 - 23:43
May 5, 2024 - 23:47
 107
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଓଡ଼ିଶା ଗସ୍ତ ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାରେ ଆସନ୍ତାକାଲି ଅର୍ଥାତ୍ ସୋମବାର ନିର୍ବାଚନୀ ପ୍ରଚାର କରିବେ ମୋଦି । ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ବିଜେପିର ନେତା ମାନେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ । ନୃତ୍ୟ ମାଧ୍ୟମରେ ତାଙ୍କୁ ସ୍ବାଗତ କରାଯାଇଥିଲା। ଭୁବନେଶ୍ବର ରାଜ ଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତ କରିବା ସହିତ ସେଠାରେ ଦଳୀୟ ସମାବେଶକୁ ଉଦବୋଧନ ଦେବେ ।