ଓଡ଼ିଶାରେ ଲାଗୁହେବ ଆୟୁଷ୍ମାନ ଭାରତ ଯୋଜନା
ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ବିଜେପି ଯାହା ପ୍ରତିଶୃତି ଦେଇଥିଲା, ସବୁ କାର୍ଯ୍ୟକାରୀ କରାଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସାମଲ କହିବା ଅନୁଯାୟୀ ୬ ତାରିଖ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା, ତାହା ଟିକେ ବିଳମ୍ବ ହୋଇପାରେ। ସଂସଦୀୟ ବୋର୍ଡ ଯାହା ନିଷ୍ପତି ନେବେ, ତାହା ହେବ। ୧୦ ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେ ଆହୁରି କହିଛନ୍ତି ଓଡ଼ିଶାରେ ବନ୍ଦ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ସେହିଭଳି ଶ୍ରୀମନ୍ଦିର ଚାରିଦ୍ଵାର ଖୋଲିବ ବୋଲି ମଧ୍ୟ ମନମୋହନ କହିଛନ୍ତି।