ଜୁନ୍ ୧୨ ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

Jun 9, 2024 - 22:51
 10

ଭୁବନେଶ୍ୱର: ଜୁନ୍ ୧୦ ତାରିଖ ସଂଧ୍ୟାରେ ଭୁବନେଶ୍ୱର ଜନତା ମୈଦାନରେ ହେବାକୁ ଥିବା ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ସମାରୋହ ବାତିଲ୍ ହୋଇଛି । ଏହା ଆସନ୍ତା ୧୨ ତାରିଖ ଅପରାହ୍ନରେ ଅନୁଷ୍ଠିତ ହେବ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ସମେତ ବହୁ କେନ୍ଦ୍ର ମନ୍ତ୍ରୀ ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏହି ଶପଥଗ୍ରହଣ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ତେବେ କିଏ ମୁଖ୍ୟମନ୍ତ୍ରୀ ହେବ ତାହା ଜଣାପଡ଼ିନାହିଁ।