ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶାର ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମ୍ୟୁଜିଅମ୍ ଛକରେ ଥିବା ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ। ତେବେ ପାଇକ ସଂଘ ସଭାପତି ମୁଖ୍ୟମନ୍ତ୍ରୀଙ୍କୁ ଭେଟି କିଛି ଦାବି ଉପସ୍ଥାପନ କରିଥିବା ସୂଚନା ମିଳିଛି। ଏହା ପରେ ସେ ଭୁବନେଶ୍ବରରେ ଥିବା ଜୟୀ ରାଜଗୁରୁ ଓ ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।