୧୭୦୦ ଅଭିଯୋଗ ପଞ୍ଜୀକୃତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଆଜି ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଭିଯୋଗ ଶୁଣାଣି ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ଆଜି ମୋଟ୍ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଛି। ଏଯାବତ୍ ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଛି। ରାଜସ୍ବ ବିଭାଗୀୟ କମିଶନର ସ୍ତରରେ ଅଭିଯୋଗର ସମାଧାନ ପାଇଁ ଯୋଜନା କରାଯାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।