କେରଳ ଗଲା ଓଡ଼ିଶା ସରକାରଙ୍କ ସ୍ଵତନ୍ତ୍ର ଟିମ୍

Jul 31, 2024 - 19:23
 45

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ପକ୍ଷରୁ କେରଳ ପାଠଗଲା ସ୍ୱତନ୍ତ୍ର ଟିମ୍। ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଡାକ୍ତରଙ୍କୁ ପଠାଗଲା । କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ଯରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସ୍ବର୍ଗତ ଚିନାରାଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୃତକ ଓ ନିଖୋଜଙ୍କ ପରିବାରବର୍ଗଙ୍କୁ ସେଠାରେ ସହାୟତା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ କେରଳ ପଠାଯାଇଛି। ସେମାନେ କେରଳ ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଉଦ୍ଧାର ଏବଂ ଅନ୍ଯାନ୍ଯ ଆନୁଷଙ୍ଗିକ କାର୍ଯ୍ଯ ତ୍ବରାନ୍ବିତ କରିବେ।